bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Peter 3
2 Peter 3
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 2
Jump to:
Chapter 1
Chapter 2
Chapter 3
1
ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
2
ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
3
ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
4
ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।
5
ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,
6
ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;
7
ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
8
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।
9
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
10
ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
11
ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
12
ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।
13
ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
14
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
15
ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।
16
ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।
17
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
18
ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍।
← Chapter 2
Jump to:
Chapter 1
Chapter 2
Chapter 3
All chapters:
1
2
3