bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 17
2 Samuel 17
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
1
ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।
2
ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।
3
ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ୍ଭ ଅଧୀନରେ ଶାନ୍ତିରେ ରହିବେ।”
4
ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।
5
ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”
6
ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”
7
ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”
8
ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
9
ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
10
ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
11
ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।
12
ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।
13
ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”
14
ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
15
ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।
16
ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟି ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସିମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”
17
ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି।
18
ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।
19
ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।
20
ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।
21
ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”
22
ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।
23
ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
24
ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।
25
ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।
26
ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।
27
ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
28
ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି
29
ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24