bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 2
2 Samuel 2
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 3 →
1
ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”
2
ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।
3
ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।
4
ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।
5
ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
6
ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।
7
ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”
8
ଏଥିମଧ୍ୟରେ ନେର୍ର ପୁତ୍ର ଅବ୍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍ବୋଶତକୁ ମହନୟିମକୁ ନେଇଯାଇ,
9
ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
10
ଶାଉଲଙ୍କର ପୁତ୍ର ଈଶ୍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍ଗାମୀ ହେଲେ।
11
ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
12
ନେର୍ର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍କୁ ଗଲେ।
13
ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।
14
ଏଥିରେ ଅବ୍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”
15
ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।
16
ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍ ହତ୍ସୂରୀମ୍ ହେଲା।
17
ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
18
ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
19
ପୁଣି ଅସାହେଲ ଅବ୍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
20
ତେବେ ଅବ୍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”
21
ଏଥିରେ ଅବ୍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ।
22
ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”
23
ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।
24
ମାତ୍ର ଯୋୟାବ ଓ ଅବୀଶୟ ଅବ୍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।
25
ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।
26
ତେବେ ଅବ୍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”
27
ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”
28
ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।
29
ଏଉତ୍ତାରେ ଅବ୍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।
30
ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।
31
ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍ର ଓ ଅବ୍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।
32
ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24