bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 20
2 Samuel 20
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
1
ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”
2
ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।
3
ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
4
ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”
5
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।
6
ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”
7
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
8
ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।
9
ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।
10
ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
11
ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”
12
ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।
13
ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।
14
ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍ ଓ ବେଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।
15
ପୁଣି ସେମାନେ ଆସି ବେଥ୍-ମାଖାସ୍ଥିତ ଆବେଲ୍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।
16
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”
17
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”
18
ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।
19
ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”
20
ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।
21
କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”
22
ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।
23
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।
24
ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ,
25
ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;
26
ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24