bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 22
2 Samuel 22
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
1
ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
2
ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
3
ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
4
ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
5
କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
6
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
7
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
8
ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
9
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
10
ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
11
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
12
ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
13
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
14
ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
15
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
16
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
17
ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
18
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
19
ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
20
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
21
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
22
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
23
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
24
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
25
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
26
ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
27
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
28
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
29
ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
30
କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
31
ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
32
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
33
ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
34
ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
35
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
36
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
37
ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
38
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
39
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
40
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
41
ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
42
ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
43
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
44
ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
45
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
46
ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
47
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
48
ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
49
ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
50
ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
51
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24