bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 23
2 Samuel 23
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
1
“ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;
2
ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।
3
ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
4
ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।
5
ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?
6
ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
7
ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”
8
ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।
9
ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,
10
ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍ଗାମୀ ହେଲେ।
11
ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।
12
ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।
13
ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।
14
ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
15
ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
16
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।
17
ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
18
ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
19
ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
20
ଆଉ ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
21
ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
22
ଯିହୋୟାଦାର ପୁତ୍ର ବନାୟ ଏହି ସକଳ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
23
ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
24
ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
25
ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;
26
ପଲ୍ଟୀୟ ହେଲସ୍, ତକୋୟୀୟ ଇକ୍କେଶର ପୁତ୍ର ଈରା;
27
ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;
28
ଅହୋହୀୟ ସଲମୋନ୍, ନଟୋଫାତୀୟ ମହରୟ;
29
ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;
30
ପିରୀୟାଥୋନୀୟ ବନାୟ, ଗାଶ୍-ନଦୀତୀର ନିବାସୀ ହିଦ୍ଦୟ;
31
ଅର୍ବତୀୟ ଅବିୟେଲ୍ବୋନ, ବରହୂମୀୟ ଅସ୍ମାବତ୍;
32
ଶାଲ୍ବୋନୀୟ ଇଲୀୟହବା, ଯାଶେନ୍ର ପୁତ୍ରଗଣ, ଯୋନାଥନ;
33
ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;
34
ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;
35
କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ;
36
ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନି;
37
ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
38
ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍;
39
ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24