bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 24
2 Samuel 24
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
1
ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
2
ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
3
ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”
4
ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।
5
ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;
6
ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍-ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।
7
ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।
8
ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
9
ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।
10
ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
11
ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12
“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
13
ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”
14
ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
15
ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।
16
ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
17
ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”
18
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
19
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ।
20
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
21
ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
22
ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”
23
ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
24
ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।
25
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24