bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Samuel 7
2 Samuel 7
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 8 →
1
ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
2
ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”
3
ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”
4
ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
5
“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?
6
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।
7
ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ?’
8
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;
9
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।
10
ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;
11
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
12
ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
13
ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
14
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।
15
ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।
16
ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
17
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ବନ୍ଧରେ କଥା କହିଲେ।
18
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
19
ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?
20
ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ? କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
21
ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ।
22
ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
23
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
24
ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
25
ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।
26
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତକାଳ ମହତ୍ ହେଉ।
27
କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।
28
ଆଉ ଏବେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
29
ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତକାଳ ଆଶୀର୍ବାଦଯୁକ୍ତ ହେଉ।”
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24