bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Thessalonians 1
2 Thessalonians 1
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
Jump to:
Chapter 1
Chapter 2
Chapter 3
Chapter 2 →
1
ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର;
2
ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
4
ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
5
ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
6
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
7
ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
8
ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
9
ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
10
ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
11
ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
12
ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।
Jump to:
Chapter 1
Chapter 2
Chapter 3
Chapter 2 →
All chapters:
1
2
3