bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Thessalonians 2
2 Thessalonians 2
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
1
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2
ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;
3
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।
4
ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।
5
ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?
6
ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।
7
କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
8
ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
9
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
10
କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।
11
ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,
12
ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।
13
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
14
ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।
15
ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।
16
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
17
ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
All chapters:
1
2
3