bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Acts 15
Acts 15
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 16 →
1
ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
2
ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।
3
ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।
4
ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।
5
କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
6
ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।
7
ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
8
ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
9
ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।
10
ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି?
11
କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।
12
ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
13
ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।
14
ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
15
ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,
16
“‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
17
ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।
18
ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’
19
ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
20
କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
21
କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”
22
ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
23
ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
24
ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
25
ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
26
ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ।
27
ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।
28
କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
29
ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
30
ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।
31
ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।
32
ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
33
ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34
[କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ।]
35
ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
36
କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।
37
ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,
38
କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ।
39
ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,
40
କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
41
ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28