bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Acts 16
Acts 16
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
1
ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
2
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।
3
ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ।
4
ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।
5
ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
6
ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
7
ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
8
ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
9
ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
10
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।
11
ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,
12
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
13
ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।
14
ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
15
ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
16
ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।
17
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
18
ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।
19
କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।
20
ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
21
ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।
22
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
23
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।
24
ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।
25
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
26
ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
27
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।
28
କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।
29
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
30
ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?
31
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
32
ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।
33
ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
34
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
35
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
36
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।
37
କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
38
ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ,
39
ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।
40
ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28