bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Acts 2
Acts 2
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 3 →
1
ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
2
ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
3
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।
4
ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
5
ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
6
ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।
7
ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?
8
ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
9
ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,
10
ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,
11
ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
12
ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?
13
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
14
କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
15
କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
16
କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
17
ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
18
ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
19
ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
20
ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
21
ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
22
ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;
23
ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;
24
କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
25
ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
26
ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
27
କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।
28
ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”
29
ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
30
ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
31
ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ।
32
ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।
33
ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
34
କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
35
‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”
36
ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
37
ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
38
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
39
କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
40
ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
41
ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
42
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
43
ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।
44
ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
45
ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
46
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
47
ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28