bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Acts 20
Acts 20
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 21 →
1
ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।
2
ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍କୁ ଆସିଲେ।
3
ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।
4
ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।
5
ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।
6
ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
7
ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
8
ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
9
ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
10
ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।
11
ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।
12
ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।
13
କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।
14
ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,
15
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
16
କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
17
ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
18
ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
19
ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20
କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
21
ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
22
ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23
ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।
24
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
25
ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
26
ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
27
ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।
28
ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
29
ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
30
ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
31
ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
32
ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
33
ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
34
ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।
35
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
36
ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
37
ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
38
ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28