bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Acts 28
Acts 28
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
1
ଆମ୍ଭେମାନେ ରକ୍ଷା ପାଇଲା ପରେ ସେହି ଦ୍ୱୀପ ମେଲିତୀ ବୋଲି ଜାଣିଲୁ।
2
ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।
3
କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା।
4
ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।
5
କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।
6
ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।
7
ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।
8
ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
9
ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
10
ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।
11
ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।
12
ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,
13
ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
14
ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।
15
ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।
16
ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
17
ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।
18
ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
19
କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।
20
ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
21
ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।
22
କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
23
ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
24
ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ।
25
ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,
26
“ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
27
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”
28
ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।
29
[ଆଉ ସେ ଏହିସବୁ କଥା କହନ୍ତେ ଯିହୁଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ।]
30
ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,
31
ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28