bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Acts 9
Acts 9
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 10 →
1
କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
2
ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
3
ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।
4
ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”
5
ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”
6
“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”
7
ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ।
8
ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।
9
ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ।
10
ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
11
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12
ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”
13
କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
14
ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।
15
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
16
ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”
17
ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
18
ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
19
ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;
20
ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।
21
ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?
22
କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।
23
ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
24
କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ,
25
କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।
26
ପରେ ସେ ଯିରୂଶାଲମ ସହରକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ।
27
କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
28
ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି,
29
ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।
30
ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
31
ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
32
ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।
33
ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।
34
ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
35
ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।
36
ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।
37
ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।
38
ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।
39
ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।
40
କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
41
ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।
42
ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
43
ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28