bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Deuteronomy 10
Deuteronomy 10
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 11 →
1
ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।
2
ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।”
3
ତହୁଁ ମୁଁ ଶିଟୀମ୍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।
4
ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।
5
ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।
6
(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।
7
ସେଠାରୁ ସେମାନେ ଗୁଦ୍ଗୋଦାକୁ ଯାତ୍ରା କଲେ ଓ ଗୁଦ୍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍ବାଥାକୁ ଯାତ୍ରା କଲେ।
8
ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
9
ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।
10
ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,
11
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।”
12
ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
13
ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
14
ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।
15
କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
16
ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।
17
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
18
ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
19
ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
20
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
21
ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
22
ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34