bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Deuteronomy 26
Deuteronomy 26
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 27 →
1
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;
2
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।
3
ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।”
4
ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।
5
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।
6
ତହିଁରେ ମିସରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।
7
ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।
8
ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।
9
ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।
10
ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।
11
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।
12
ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
13
ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ “ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞାଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।
14
ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।
15
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।”
16
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାସବୁ ମାନିବ ଓ କରିବ,
17
ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।
18
ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
19
ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34