bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Deuteronomy 27
Deuteronomy 27
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 28 →
1
ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।
2
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
3
ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
4
ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
5
ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।
6
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
7
ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
8
ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”
9
ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
10
ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
11
ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,
12
ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
13
ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
14
ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
15
“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)।
16
“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
17
“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
18
“ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
19
“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
20
“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
21
“ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
22
“ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
23
“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
24
“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
25
“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
26
“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34