bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Deuteronomy 33
Deuteronomy 33
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 34 →
1
ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
2
ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
3
ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
4
ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।
5
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
6
ରୁବେନ୍ ବଞ୍ଚି ଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।
7
ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”
8
ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”
9
ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
10
ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।
11
ହେ ସଦାପ୍ରଭୋ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
12
ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”
13
ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,
14
ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,
15
ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,
16
ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।
17
ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”
18
ସବୂଲୂନ ବିଷୟରେ ସେ କହିଲେ, “ହେ ସବୂଲୂନ, ତୁମ୍ଭେ ଆପଣା ଯାତ୍ରାରେ ଓ ହେ ଇଷାଖର, ତୁମ୍ଭେ ଆପଣା ତମ୍ବୁରେ ଆନନ୍ଦ କର;
19
ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”
20
ପୁଣି, ଗାଦ୍ ବିଷୟରେ ସେ କହିଲେ, “ଯେ ଗାଦ୍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।
21
ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”
22
ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”
23
ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”
24
ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।
25
ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”
26
ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
27
ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।
28
ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।
29
ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 34 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34