bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ecclesiastes 3
Ecclesiastes 3
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 4 →
1
ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
2
ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
3
ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
4
ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
5
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
6
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
7
ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
8
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
9
କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?
10
ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
11
ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
12
ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
13
ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14
ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
15
ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
16
ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
17
ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
18
ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
19
କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
20
ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
21
ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?
22
ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 4 →
All chapters:
1
2
3
4
5
6
7
8
9
10
11
12