bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ecclesiastes 5
Ecclesiastes 5
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 6 →
1
ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
2
ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।
3
କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।
4
ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
5
ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।
6
ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?
7
କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
8
ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
9
ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।
10
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
11
ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?
12
ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13
ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
14
ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
15
ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
16
ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ?
17
ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
18
ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
19
ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
20
ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 6 →
All chapters:
1
2
3
4
5
6
7
8
9
10
11
12