bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ecclesiastes 8
Ecclesiastes 8
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 9 →
1
ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।
2
ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
3
ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
4
ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
5
ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
6
କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
7
କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
8
ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।
9
ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।
10
ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
11
କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
12
ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
13
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
14
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।
15
ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।
16
ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
17
ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 9 →
All chapters:
1
2
3
4
5
6
7
8
9
10
11
12