bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ephesians 3
Ephesians 3
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
1
ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
2
ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
3
ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।
4
ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;
5
ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
6
ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
7
ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
8
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
9
ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
10
ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
11
ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
12
ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।
13
ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।
14
ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
15
ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
16
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
17
ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
18
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
19
ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
20
ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
21
ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
All chapters:
1
2
3
4
5
6