bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ephesians 6
Ephesians 6
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
1
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
2
କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”
3
ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
4
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
5
ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
6
ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।
7
ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
8
ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।
9
ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
10
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
11
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
12
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
13
ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
14
ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,
15
ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;
16
ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।
17
ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍ ଈଶ୍ବରଙ୍କ ବାକ୍ୟ ଧାରଣ କର;
18
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
19
ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
20
ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
21
ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
22
ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
23
ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।
24
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
All chapters:
1
2
3
4
5
6