bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Esther 4
Esther 4
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 5 →
1
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
2
ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
3
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
4
ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।
5
ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
6
ତହିଁରେ ହଥକ୍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।
7
ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।
8
ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
9
ତହୁଁ ହଥକ୍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।
10
ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,
11
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
12
ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
13
ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
14
ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
15
ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
16
“ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
17
ତେଣୁ ମର୍ଦ୍ଦଖୟ ଚାଲିଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 5 →
All chapters:
1
2
3
4
5
6
7
8
9
10