bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Exodus 12
Exodus 12
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 13 →
1
ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2
“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
3
ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।
4
ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
5
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
6
ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
7
ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
8
ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
9
ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
10
ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ।
11
ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
12
ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।
13
ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।
14
ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
15
ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
16
ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।
17
ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
18
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
19
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
20
ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”
21
ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।
22
ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
23
ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
24
ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
25
ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।
26
ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’
27
ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।
28
ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
29
ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
30
ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
31
ତହୁଁ ରାତ୍ରିକାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।
32
ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”
33
ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”
34
ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।
35
ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
36
ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ।
37
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ।
38
ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।
39
ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।
40
ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।
41
ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
42
ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।
43
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
44
ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
45
କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।
46
ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।
47
ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।
48
ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।
49
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”
50
ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।
51
ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40