bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Exodus 14
Exodus 14
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 15 →
1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
3
ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
4
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
5
ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
6
ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
7
ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
8
ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
9
ତହୁଁ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
10
ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
11
ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
12
ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
13
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
14
ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
15
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
16
ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
17
ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
18
ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
19
ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
20
ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
21
ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
22
ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
23
ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
24
ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
25
ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
26
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
27
ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
28
ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
29
ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
30
ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
31
ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40