bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Exodus 30
Exodus 30
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 31 →
1
“ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।
2
ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
3
ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
4
ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
5
ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
6
ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
7
ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
8
ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
9
ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
10
ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
11
ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
12
“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
13
ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
14
କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
15
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
16
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
17
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
18
“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
19
ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
20
ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
21
ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
22
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
23
“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
24
ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।
25
ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
26
ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
27
ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
28
ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
29
ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
30
ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
31
ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
32
ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
33
ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
34
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
35
ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
36
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
37
ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
38
ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 31 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40