bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Exodus 35
Exodus 35
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 34
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 36 →
1
ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
2
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।
3
ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”
4
ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
5
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
6
ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,
7
ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,
8
ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
9
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
10
ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
11
ଅର୍ଥାତ୍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
12
ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
13
ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
14
ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
15
ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
16
ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
17
ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
18
ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
19
ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”
20
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
21
ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
22
ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
23
ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
24
ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା।
25
ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।
26
ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
27
ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
28
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
29
ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
30
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।
31
ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
32
ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ
33
ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
34
ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।
35
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”
← Chapter 34
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 36 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40