bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ezekiel 21
Ezekiel 21
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 22 →
1
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
3
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
4
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
5
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
6
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
7
ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
8
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
9
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
10
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
11
ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
12
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
13
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
14
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
15
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
16
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
17
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
18
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
19
“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
20
ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
21
କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
22
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
23
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
24
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
25
ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
26
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
27
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
28
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
29
ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
30
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
31
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
32
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48