bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ezra 9
Ezra 9
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 10 →
1
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
2
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
3
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
4
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
5
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
6
“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
7
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
8
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
9
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
10
ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
11
ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
12
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
13
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
14
ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
15
ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 10 →
All chapters:
1
2
3
4
5
6
7
8
9
10