bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Haggai 1
Haggai 1
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
Jump to:
Chapter 1
Chapter 2
Chapter 2 →
1
ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
2
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
3
ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4
“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
5
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
6
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
7
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
8
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
9
ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
12
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
13
ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
14
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
15
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।
Jump to:
Chapter 1
Chapter 2
Chapter 2 →
All chapters:
1
2