bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Hebrews 12
Hebrews 12
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 13 →
1
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
2
ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
3
ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
4
ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
5
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
6
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”
7
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
8
କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।
9
ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
10
କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।
11
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।
12
ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
13
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
14
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
15
କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
16
କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।
17
ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।
18
କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
19
ତୂରୀଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;
20
“ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;
21
ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।”
22
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
23
ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
24
ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
25
ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!
26
ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”
27
ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।
28
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
29
କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 13 →
All chapters:
1
2
3
4
5
6
7
8
9
10
11
12
13