bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Hebrews 13
Hebrews 13
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
1
ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
2
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
3
ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
4
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
5
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
6
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
7
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
8
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
9
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
10
ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
11
କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
12
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
13
ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
14
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
15
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
16
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
17
ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
18
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
19
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
20
ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
21
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
22
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
23
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
24
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
25
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
All chapters:
1
2
3
4
5
6
7
8
9
10
11
12
13