bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Hebrews 4
Hebrews 4
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
1
ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
2
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
3
ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
4
କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”
5
ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
6
ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
7
ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।”
8
କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।
9
ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।
10
ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
11
ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
12
କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
13
ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
14
ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
15
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
16
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
All chapters:
1
2
3
4
5
6
7
8
9
10
11
12
13