bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Hebrews 8
Hebrews 8
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
1
ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
2
ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
3
କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
4
ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
5
ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
6
କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
7
କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
8
ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
9
ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
10
କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
11
ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
12
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”
13
ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
All chapters:
1
2
3
4
5
6
7
8
9
10
11
12
13