bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Hosea 12
Hosea 12
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 13 →
1
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
2
ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
3
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
4
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
5
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
6
ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
7
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
8
ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
9
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
10
ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
11
ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
12
ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
13
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
14
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 13 →
All chapters:
1
2
3
4
5
6
7
8
9
10
11
12
13
14