bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Hosea 14
Hosea 14
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
1
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
2
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
3
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”
4
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
5
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।
6
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।
7
ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।
8
ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
9
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
All chapters:
1
2
3
4
5
6
7
8
9
10
11
12
13
14