bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Isaiah 30
Isaiah 30
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 31 →
1
ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!
2
ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
3
ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
4
କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
5
ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
6
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
7
କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
8
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
9
କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
10
ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
11
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
12
ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
13
ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
14
ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
15
କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”
16
ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
17
ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।
18
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
19
ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
20
ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
21
ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
22
ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।
23
ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
24
ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
25
ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
26
ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
27
ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
28
ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
29
ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
30
ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
31
କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
32
ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
33
କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 31 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66