bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Isaiah 45
Isaiah 45
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 44
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 46 →
1
ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
2
“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
3
ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।
4
ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।
5
ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
6
ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
7
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
8
ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
9
ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’
10
ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”
11
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
12
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
13
ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
14
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
15
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
16
ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
17
ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
18
କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
19
ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।
20
ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
21
ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
22
ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
23
ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’
24
ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
25
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”
← Chapter 44
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 46 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66