bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Isaiah 57
Isaiah 57
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 56
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 58 →
1
ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
2
ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
3
ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
4
ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
5
ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ?
6
ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?
7
ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।
8
ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ।
9
ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।
10
ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।
11
ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?
12
ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
13
ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
14
ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
15
କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
16
କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17
ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
18
ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
19
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
20
ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।
21
ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”
← Chapter 56
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 58 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66