bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 10
Jeremiah 10
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 11 →
1
ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
2
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
3
ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
4
ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।
5
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”
6
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
7
ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।
8
ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
9
ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।
10
ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
11
ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”
12
ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
13
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
14
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
15
ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
16
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
17
ହେ ଅବରୁଦ୍ଧ ସ୍ଥାନ ନିବାସୀନ୍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।
18
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”
19
ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”
20
ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।
21
କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
22
କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।
23
ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
24
ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।
25
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52