bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 19
Jeremiah 19
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 20 →
1
ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
2
ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
3
ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
4
କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
5
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
6
ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
7
ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
8
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
9
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’
10
ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
11
‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।
12
ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।
13
ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”
14
ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
15
“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52