bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 26
Jeremiah 26
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 27 →
1
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
2
“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
3
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
4
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
5
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
6
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
7
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
8
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
9
‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
10
ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
11
ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
12
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
13
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
14
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
15
କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
16
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
17
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,
18
“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
19
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
20
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
21
ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
22
ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
23
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
24
ମାତ୍ର ଶାଫନ୍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52