bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 27
Jeremiah 27
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 28 →
1
ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
2
ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
3
ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
4
ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
5
ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
6
ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
7
ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
8
ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
9
ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
10
କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
11
ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
12
ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
13
ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
14
ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
15
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।”
16
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
17
ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
18
ମାତ୍ର ଯଦି ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
19
କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
20
ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
21
ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
22
ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52