bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 31
Jeremiah 31
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 32 →
1
“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
2
ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”
3
“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
4
ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
5
ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।
6
କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”
7
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’
8
ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
9
ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
10
ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’
11
କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
12
ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
13
ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
14
ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
15
ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”
16
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।
17
ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମକାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।
18
ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
19
ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’
20
ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।
21
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।
22
ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
23
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
24
ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।
25
କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
26
ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।
27
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
28
ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
29
‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।
30
ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।
31
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
32
ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
33
ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
34
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
35
ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:
36
“ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
37
ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।
38
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
39
ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
40
ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 32 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52