bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 32
Jeremiah 32
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 31
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 33 →
1
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
3
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
4
ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
5
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
6
ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
7
ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’
8
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।
9
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
10
ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
11
ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;
12
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
13
ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,
14
‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।
15
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’
16
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
18
ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
19
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
20
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
21
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
22
ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
23
ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
24
ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
25
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
26
ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
27
“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
28
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
29
ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
30
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।
31
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।
32
କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
33
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
34
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
35
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
36
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
37
ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
38
ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
39
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
40
ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
41
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
42
କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
43
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
44
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”
← Chapter 31
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 33 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52