bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 39
Jeremiah 39
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 38
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 40 →
1
ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
2
ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
3
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
4
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
5
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
6
ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
7
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
8
ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
9
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
10
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
11
ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା କଲା,
12
“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
13
ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
14
ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
15
ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
16
“ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।
17
ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
18
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”
← Chapter 38
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 40 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52