bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 48
Jeremiah 48
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 47
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 49 →
1
ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।
2
ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।
3
“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
4
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
5
କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
6
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।
7
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
8
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
9
“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
10
“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
11
“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
12
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
13
ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
14
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
15
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।
16
ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।
17
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’
18
ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।
19
ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?
20
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।
21
ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,
22
ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
23
କିରୀୟାଥୟିମ୍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍;
24
କରୀୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।
25
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
26
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
27
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
28
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
29
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
30
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
31
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
32
ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
33
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
34
ହିଷ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
35
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
36
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
37
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
38
ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
39
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
40
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
41
କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
42
ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
43
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
44
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
45
ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
46
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
47
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।
← Chapter 47
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 49 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52